ରାଜ୍ୟ
PM Kisan: କୃଷକଙ୍କ ଉନ୍ନତି ହିଁ ଓଡ଼ିଶାର ସାମଗ୍ରୀକ ବିକାଶକୁ ଆଗକୁ ନେବ: ମୁଖ୍ୟମନ୍ତ୍ରୀ
ଓଡିଶା କୃଷି ଓ ବୈଷୟିକ ବିଶ୍ୱ ବିଦ୍ୟାଳୟର କୃଷି ଶିକ୍ଷା ସଦନ ଠାରେ ଆୟୋଜିତ ରାଜ୍ୟ ସ୍ତରୀୟ ପିଏମ୍ କିଷାନ ଉତ୍ସବରେ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ଯେ, ଆମ ପାଇଁ କୃଷକ ସମାଜ କେବଳ ଚାଷୀ ନୁହନ୍ତି....

ଭୁବନେଶ୍ୱର: ଓଡିଶା କୃଷି ଓ ବୈଷୟିକ ବିଶ୍ୱ ବିଦ୍ୟାଳୟର କୃଷି ଶିକ୍ଷା ସଦନ ଠାରେ ଆୟୋଜିତ ରାଜ୍ୟ ସ୍ତରୀୟ ପିଏମ୍ କିଷାନ ଉତ୍ସବରେ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ଯେ, ଆମ ପାଇଁ କୃଷକ ସମାଜ କେବଳ ଚାଷୀ ନୁହନ୍ତି, ସେମାନେ ଆମ ପାଇଁ ଅନ୍ନଦାତା। ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅନ୍ନଦାତାଙ୍କୁ ସେମାନଙ୍କ ନ୍ୟାଯ୍ୟ ଅଧିକାର ପ୍ରଦାନ କରିବା ପାଇଁ ପ୍ରଥମ ଦିନରୁ ହିଁ ବିଭିନ୍ନ ଯୁଗାନ୍ତକାରୀ କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି।
ସୌଜନ୍ୟ ସମ୍ବାଦ




