ଦେଶ ବିଦେଶ

President tour: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତ ସ୍ଥଗିତ ହେବା ସମ୍ଭାବନା, ନଭେମ୍ବର ୪-୫ରେ ଆସିପାରନ୍ତି

ରାଷ୍ଟ୍ରପତିଙ୍କ ଦୁଇ ଦିନିଆ ଓଡ଼ିଶା ଗସ୍ତ ବାତିଲ ହୋଇପାରେ। ଆସନ୍ତା ୨୮ ଓ ୨୯ ଅକ୍ଟୋବର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ରାଇରଙ୍ଗପୁର ଗସ୍ତ କାର୍ଯ୍ୟକ୍ରମ ରହିଥିଲା। ତେବେ ସାମ୍ଭାବ୍ୟ ବାତ୍ୟାକୁ ନେଇ ୨୮ ଓ ୨୯ ଅକ୍ଟୋବର ପରିବର୍ତ୍ତେ...

ରାଇରଙ୍ଗପୁର (ତୁଷାର କାନ୍ତ ମହାନ୍ତ): ଚଳିତ ମାସର ଶେଷ ସପ୍ତାହରେ ରାଷ୍ଟ୍ରପତିଙ୍କର ପ୍ରସ୍ତାବିତ ଦୁଇ ଦିନିଆ ଓଡ଼ିଶା ଗସ୍ତ ସ୍ଥଗିତ ହୋଇପାରେ। ଆସନ୍ତା ୨୮ ଓ ୨୯ ଅକ୍ଟୋବର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ରାଇରଙ୍ଗପୁର ଗସ୍ତ କାର୍ଯ୍ୟକ୍ରମ ରହିଥିଲା। ତେବେ ସାମ୍ଭାବ୍ୟ ବାତ୍ୟାକୁ ନେଇ ୨୮ ଓ ୨୯ ଅକ୍ଟୋବର ପରିବର୍ତ୍ତେ ଆସନ୍ତା ନଭେମ୍ବର ୪ ଓ ୫ ତାରିଖ କାର୍ଯ୍ୟସୂଚୀ ଅନୁଯାୟୀ ସମସ୍ତ କାର୍ଯ୍ୟକ୍ରମରେ ଯୋଗଦେବେ ବୋଲି ବିଶେଷ ସୂତ୍ରରୁ ଜଣାପଡ଼ିଛି।

ତେବେ ବର୍ତ୍ତମାନ ସୁଦ୍ଧା ରାଷ୍ଟ୍ରପତି ଭବନରୁ ସେଭଳି କୌଣସି ଚିଠି ଆସିନାହିଁ। ତେବେ ଅକ୍ଟୋବର ୨୬ରୁ ୩୦ ତାରିଖ ପର୍ଯ୍ୟନ୍ତ ରାଇରଙ୍ଗପୁର ଉପଖଣ୍ଡ ଚିକିତ୍ସାଳୟ, ମହତାବ ଭବନ ଓ ସଞ୍ଜୀବ ନେତ୍ରାଲୟରେ ବହୁ ବିଶେଷଜ୍ଞ ଅସ୍ତ୍ରୋପଚାର ଶିବିର ଅନୁଷ୍ଠିତ ହେବାକୁ ଥିବା ଶିବିର ଆସନ୍ତା ୧ ରୁ ୪ ନଭେମ୍ବର ପର୍ଯ୍ୟନ୍ତ ହେବ ବୋଲି ସୂଚନା ମିଳିଛି।

ସୌଜନ୍ୟ ସମ୍ବାଦ

Show More

Leave a Reply

Your email address will not be published. Required fields are marked *

Back to top button