ଓଡିଶା

Banakalagi Niti Today ଆଜି ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି, ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ଆଜି ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦତ୍ତ ମହାପାତ୍ର ସେବକମାନେ ଶ୍ରୀବିଗ୍ରହ ଶୃଙ୍ଗାର କରିବେ। ଦ୍ବିତୀୟ ଭୋଗମଣ୍ଡପ ପରେ ଏହି ନୀତି ଆରମ୍ଭ ହେବ। ଏଥିପାଇଁ ୫ ଘଣ୍ଟା ସର୍ବସାଧାରଣ ଦର୍ଶନ stopରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ପୁରୀ: ଆଜି ମାଘ କୃଷ୍ଣ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦତ୍ତ ମହାପାତ୍ର ସେବକମାନେ ଶ୍ରୀବିଗ୍ରହ ଶୃଙ୍ଗାର କରିବେ। ଦ୍ବିତୀୟ ଭୋଗମଣ୍ଡପ ପରେ ଏହି ନୀତି ଆରମ୍ଭ ହେବ। ଏଥିପାଇଁ ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ରାତି ୧୦ଟା ପରେ ସର୍ବସାଧାରଣ ଦର୍ଶନ ସ୍ବାଭାବିକ

ବୁଧବାର ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଅପରାହ୍ଣ ପ୍ରାୟ ୫ଟାରୁ ବନକଲାଗି ନୀତି ଆରମ୍ଭ ହେବା ସହ ସର୍ବସାଧାରଣ ବନ୍ଦ ରହିବ।  ଅପରାହ୍ଣ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ବନକଲାଗି ନୀତି ଅନୁଷ୍ଠିତ ହେବ। ରାତି ୧୦ଟା ପରେ ସର୍ବସାଧାରଣ ଦର୍ଶନ ସ୍ବାଭାବିକ ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ସୌଜନ୍ୟ ସମ୍ବାଦ

Show More

Leave a Reply

Your email address will not be published. Required fields are marked *

Back to top button