ରାଜ୍ୟ

Rain Alert: ୨୦ ତାରିଖ ଯାଏ ବିକ୍ଷିପ୍ତ ସ୍ଥାନରେ ବର୍ଷା,ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ଢ଼ାଳିବ, ଆଜି ୧୫ ଜିଲ୍ଲାକୁ ଆଲର୍ଟ ଜାରି

ଭୁବନେଶ୍ୱର,୧୫/୧୦: ଆସନ୍ତା ୨୦ ତାରିଖ ଯାଏ ରାଜ୍ୟର ବିକ୍ଷିପ୍ତ  ସ୍ଥାନରେ    ହାଲୁକା ବର୍ଷା ହୋଇପାରେ । ଗୁରୁବାର ଉପକୂଳ ଓ ଦକ୍ଷିଣ ଓଡ଼ିଶାର  କିଛି ସ୍ଥାନରେ ବର୍ଷା ହୋଇପାରେ ବୋଲି ଆଇଏମଡି ଆକଳନ କରିଛି ।

୧୫  ତାରିଖ(ଗୁରୁବାର) ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର,  କଟକ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ରାୟଗଡ଼ା, କୋରାପୁଟ,  ମାଲକାନଗିରି, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଓ ନୟାଗଡ଼ରେ ହାଲୁକା ବର୍ଷା  ହେବ । ୧୬ ତାରିଖରେ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନ ସମେତ ଉପକୂଳ ଓଡ଼ିଶାର  କାଁ ଭାଁ ସ୍ଥାନରେ ବର୍ଷା ହୋଇପାରେ ।

୧୭ ଓ ୧୮ ତାରିଖରେ ଦକ୍ଷିଣ ଓଡ଼ିଶାର  ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି ଓ ଗଞ୍ଜାମରେ ଘଡ଼ଘଡ଼ି ସହ  ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ।

 

 

 

 

 

ସୌଜନ୍ୟ ପ୍ରମେୟ

Show More

Leave a Reply

Your email address will not be published. Required fields are marked *

Back to top button