ରାଜ୍ୟ

Rain forecast : ରାଜ୍ୟରେ ୨୮ ଯାଏଁ ବର୍ଷା, ବାହୁଡ଼ାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା

ରାଜ୍ୟରେ ୨୮ ଯାଏଁ ବର୍ଷା ସମ୍ଭାବନା। ଗୁରୁବାର ରାଜ୍ୟର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଅଛି । ବାହୁଡ଼ାରେ ପୁରୀରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।

ଭୁବନେଶ୍ୱର, ୨୩/୦୭ : ଦିନକ ପରେ ପବିତ୍ର ବାହୁଡ଼ ଯାତ । ବାହୁଡ଼ାରେ ପୁରୀରେ ମେଘୁଆ ପାଗ ସମ୍ଭାବନା ଥିବାବେଳେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ତେବେ ଗୁଣ୍ଡିଚା ତୁଳନାରେ ଅପେକ୍ଷାକୃତ ବର୍ଷା ପରିମାଣ କମ୍‌ ରହିବା ସମ୍ଭାବନା ଅଛି । ଏଭଳି ପୂର୍ବାନୁମାନ କରିଛନ୍ତି ସୋଆ ବିଶ୍ୱବିଦ୍ୟାଳୟର ପରିବେଶ ଓ ଜଳବାୟୁ କେନ୍ଦ୍ର (ସିଇସି) ନିର୍ଦ୍ଦେଶକ ତଥା ବିଶିଷ୍ଟ ପାଣିପାଗ ବିଜ୍ଞାନୀ ଡକ୍ଟର ଶରତ ଚନ୍ଦ୍ର ସାହୁ । ତାଙ୍କ ଆକଳନ ଅନୁସାରେ ଏବେ ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ପାର୍ଶ୍ୱବର୍ତ୍ତୀ ଝାଡ଼ଖଣ୍ଡ ସୀମାନ୍ତ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ଅଛି । ଏହା ପ୍ରଭାବରେ ୨୫ ଯାଏଁ ରାଜ୍ୟରେ ବର୍ଷା ରହିପାରେ । ପୁରୀ ତୁଳନାରେ ବାହୁଡ଼ାରେ ଭୁବନେଶ୍ୱରରେ ବର୍ଷା ଅଧିକ ହୋଇପାରେ ।

ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି, ରାଜ୍ୟରେ ୨୮ ଯାଏଁ ବର୍ଷା ରହିବ । ଉତ୍ତର ଓଡ଼ିଶାରେ ବର୍ଷା ପରିମାଣ ଅଧିକ ରହିପାରେ । ଗୁରୁବାର ରାଜ୍ୟର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଅଛି । ବାଲେଶ୍ୱର ଓ ମୟୂରଭଞ୍ଜର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ୨୫ରେ ରାଜ୍ୟର ଅନେକ ସ୍ଥାନରେ ବର୍ଷା ସମ୍ଭାବନା ଥିବାବେଳେ ବାଲେଶ୍ୱର, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜର ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ଆଶଙ୍କା ଅଛି । ଉତ୍ତର ଓଡ଼ିଶାର କେତେକ ଜାଗାରେ ଘଡ଼ଘଡ଼ି ସହ ପବନ ହୋଇପାରେ । ଗତ ୨୪ ଘଣ୍ଟା ଭିତରେ ରାଜ୍ୟର ଅନେକ ଜାଗାରେ ବର୍ଷା ହୋଇଛି ।

 

 

 

 

 

ସୌଜନ୍ୟ ପ୍ରମେୟ

Show More

Leave a Reply

Your email address will not be published. Required fields are marked *

Back to top button