Breaking News

ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସରେ ଅଭିବାଦନ ଗ୍ରହଣ କଲେ ମାନ୍ୟବର ରାଜ୍ୟପାଳ ରଘୁବର ଦାସ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରର ମହାତ୍ମାଗାନ୍ଧୀ ମାର୍ଗରେ ୭୫ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛିା ।ଏହି ଉତ୍ସବରେ ରାଜ୍ୟପାଳ ରଘୁବାର ଦାସ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ଅଭିବାଦନ ଗ୍ରହଣ କରିଥିଲେ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ମାନିତ ଅତିଥି ଭାବେ ଏହି ସମାରୋହରେ ଉପସ୍ଥିତ ଥିଲେ ।

ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ସ୍ୱରାଷ୍ଟ୍ର ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓରଞ୍ଜନ କୁମାର ସିଂ, ଆରକ୍ଷୀ ମହାନିର୍ଦ୍ଦେଶକ ଅରୁଣ କୁମାର ଷଡଙ୍ଗୀ ଓ ସମର ଶିକ୍ଷାର୍ଥୀ ବାହିନୀର ଉପ ମହାନିର୍ଦ୍ଦେଶକ କମୋଡର ଜେ. ସୁରେଶ ରାଜ୍ୟପାଳ ରଘୁବାର ଦାସଙ୍କୁ ସ୍ୱାଗତ ଜଣାଇ ମଞ୍ଚ ନିକଟକୁ ପାଛୋଟି ନେଇଥିଲେ । ରାଜ୍ୟପାଳ ରଘୁବର ଦାସ ୮.୩୦ ମିନିଟ୍ ସମୟରେ ଜାତୀୟ ପତାକା ଉତ୍ତୋଳନ କରିଥିଲେ । ଗଞ୍ଜାମ ଏ.ଏସ୍.ପି. ମିସ୍ ଏ.ବି. ଶିଳ୍ପା ପ୍ୟାରେଡ୍ ପରିଚାଳନା କରିଥିଲେ । ନବମ ଏସ୍.ଆଇ.ଆର୍. ବାଟାଲିୟନ୍, କଳାହାଣ୍ଡିର ସନ୍ତୋଷ କୁମାର ବିଶ୍ୱାଳ ଦ୍ୱିତୀୟ ପରିଚାଳକ ଭାବେ ଏବଂ ଭୁବନେଶ୍ୱର ସପ୍ତମ ବାଟାଲିୟନ୍ର ଏସିିପି (ସଶସ୍ତ୍ର) ଭବାନୀ ପ୍ରସାଦ ଜେନା ଆଡ୍ଜୁଟାଣ୍ଟ ଓ ଭୁବନେଶ୍ୱର ସପ୍ତମ ବାଟାଲିୟନ୍ର ଆସିଷ୍ଟାଣ୍ଟ କମିଶନର (ସଶସ୍ତ୍ର) ପରମେଶ୍ୱର ହାଁସ୍ଦା ସ୍ୱତନ୍ତ୍ର ଅଧ#କାରୀ ଭାବେ ପ୍ୟାରେଡ୍ ପରିଚାଳନାରେ ସହାୟତା କରିଥିଲେ ।

ରାଜ୍ୟ ପୋଲିସ ବ୍ୟାଣ୍ଡ ଦ୍ୱାରା ଜାତୀୟ ସଂଗୀତ ବାଦନ ପରେ ୧୬ଟି ସାମରିକ ବାହିନୀ ଏବଂ ବିଭିନ୍ନ ଶିକ୍ଷାନୁଷ୍ଠାନର ୩୪ଟି ବେସାମରିକ ଦଳ ସମୁଦାୟ ୫୦ଟି ଦଳ ମିଳିତ ପ୍ୟାରେଡ୍ରେ ଅଂଶଗ୍ରହଣ କରିଥ#ଲୋ ସମ୍ମିଳିତ ପ୍ୟାରେଡ୍ ଅନୁଷ୍ଠିତ ହେବା ପରେ ପରେ ବିଭିନ୍ନ ସାଂସ୍କୃତିକ ଦଳ ଚିତ୍ତାକର୍ଷକ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ । କୋରାପୁଟ ଜିଲ୍ଲା ବୈପାରିଗୁଡ଼ାର ଜନଜାତି ନୃତ୍ୟ, ଗଞ୍ଜାମ ଜିଲ୍ଲା ଭଞ୍ଜବିହାରର ଯୋଡ଼ିଶଙ୍ଖ/ରଣପା ନୃତ୍ୟ, ପୁରୀର ସାହିଯାତ/ମେଢ଼ନାଚ ଓ ବରଗଡ଼ ଜିଲ୍ଲା ପଦ୍ମପୁରର ସମ୍ବଲପୁରୀ ଲୋକନୃତ୍ୟ ପରିବେଷଣ ଉତ୍ସବକୁ ମନୋମୁUକର କରିଥିଲା ।
ଏହା ପରେ ପ୍ରଜ୍ଞାପନ ମେଢ଼ଗୁଡ଼ିକ ଅଭିବାଦନ ମଞ୍ଚ ଅତିକ୍ରମ କରିଥ#ଲୋ କୃଷି ଓ କୃଷକ ସଶକ୍ତିକରଣ ବିଭାଗ (ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନା, କାଳିଆ ଛାତ୍ରବୃତ୍ତି), ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ (ଆମ ହସ୍ପିଟାଲ), ବାଣିିଜ୍ୟ ଓ ପରିବହନ ବିଭାଗ (ଘରେ ଘରେ ଲକ୍ଷ୍ମୀ), ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ (କରୁଣା ରେଶମ), ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ (ନୂଆ ଓଡ଼ିଶା ମିଶନ, ସୁଦକ୍ଷା ଯୋଜନା), ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗ, ଓ୍ୱାଟ୍କୋ, (ଡି୍ରଙ୍କ୍ ଫ୍ରମ୍ ଟ୍ୟାପ୍), ପର୍ଯ୍ୟଟନ ବିଭାଗ (ପର୍ଯ୍ୟଟନ ସେବା କ୍ଷେତ୍ରରେ ରୂପାନ୍ତରଣ), ଅନୁସୂଚିତ ଜନାଜତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ଓ ପଛୁଆବର୍ଗ କଲ୍ୟାଣ ବିଭାଗ (ପବିତ୍ର ପୀଠସ୍ଥଳୀ(ଜାହିରା) ରୂପାନ୍ତରଣ କାର୍ଯ୍ୟକ୍ରମ), ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ (୫-ଟି ଉଚ୍ଚ ବିଦ୍ୟାଳୟ ରୂପାନ୍ତରଣ କାର୍ଯ୍ୟକ୍ରମ), ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ବିଭାଗ (ବାୟୋଫ୍ଲକ୍ ମାଧ୍ୟମରେ ସଘନ ମାଛ ଓ ଚିଙ୍ଗୁଡ଼ି ଚାଷ, ପଞ୍ଜୁରୀରେ ମାଛଚାଷ), ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ (ଆମ ଓଡ଼ିଶା ନବୀନ ଓଡ଼ିଶା), ପୂର୍ତ୍ତ ବିଭାଗ (ଭିତ୍ତିଭୂମି ବିକାଶ ପ୍ରକଳ୍ପ), ଓଡ଼ିଶା ଖଣି ନିଗମ ସାମାଜିକ ଦାୟିତ୍ୱବୋଧ), ଓଡ଼ିଶା ଅଗ୍ନିଶମ ସେବା ଯାନ ପକ୍ଷରୁ ପ୍ରଜ୍ଞାପନ ମେଢ଼ ପ୍ରଦର୍ଶିତ ହୋଇଥିଲେ ।

ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ବିଭିନ୍ନ ବିଭାଗର ଶାସନ ସଚିବ, ସୂଚନା ଓ ଲୋକସଂପର୍କ ବିଭାଗର ପ୍ରମୁଖ ଶାସନ ସଚିବ ସଂଜୟ କୁମାର ସିଂ ଏବଂ ନିର୍ଦ୍ଦେଶକ ସରୋଜ କୁମାର ସାମଲ, ନିର୍ଦ୍ଦେଶକ (ବୈଷୟିକ)  ସୁରେନ୍ଦ୍ର ନାଥ ପରିଡ଼ା ପ୍ରମୁଖଙ୍କ ସମେତ ରାଜ୍ୟ ପ୍ରଶାସନର ବରିଷ୍ଠ ଅଧିକାରୀବୃନ୍ଦ, ସାଧାରଣତନ୍ତ୍ର ଦିବସ ଉତ୍ସବରେ ଉପସ୍ଥିତ ଥିଲେ ।  କାର୍ଯ୍ୟକ୍ରମକୁ ସୂଚନା ଓ ଲୋକସଂପର୍କ ବିଭାଗର ଉପନିର୍ଦ୍ଦେଶକ ସୁଚେତା ପି୍ରୟଦର୍ଶିନୀ, ସୂଚନା ଅଧିକାରୀ ସୁଶ୍ରୀ ରୋଜାଲିନ୍ ସାହୁ ଓ ସୁଶ୍ରୀ ତନୁଜା ମହାନ୍ତି ସଂଯୋଜନା କରିଥିଲେ ।

Comments are closed.