Breaking News

ସରକାରୀ କାର୍ଯ୍ୟରେ ଅବହେଳା ପାଇଁ ୨୨୩ ଜଣ ମହାବିଦ୍ୟାଳୟ ଅଧ୍ୟକ୍ଷଙ୍କ ଦରମା ବନ୍ଦ

0

ଭୁବନେଶ୍ୱର: ସରକାରୀ କାର୍ଯ୍ୟରେ ଅବହେଳା ପାଇଁ ୨୨୩ ଜଣ ମହାବିଦ୍ୟାଳୟ ଅଧ୍ୟକ୍ଷଙ୍କ ଦରମା ବନ୍ଦ କରାଯାଇଛି । ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସେମାନଙ୍କୁ ସରକାରୀ କାର୍ଯ୍ୟ ସମ୍ପର୍କରେ ସୂଚନା ଦେବା ପାଇଁ ବାରମ୍ବାର ଯୋଗାଯୋଗ କରାଯାଇଥିଲା । ମାତ୍ର ସେମାନେ ଏହାର କୌଣସି ସୂଚନା ଦେଇ ନଥିଲେ ।

ସହକାରୀ ନିର୍ଦ୍ଦେଶକ ବାରମ୍ବାର ଚିଠି କରିବା ପରେ ମଧ୍ୟ କୌଣସି ସୂଚନା ମିଳି ନଥିବା କୁହାଯାଇଛି । ଏହାପରେ ରାଜ୍ୟର ୨୨୩ଟି ମହାବିଦ୍ୟାଳୟର ଅଧ୍ୟକ୍ଷ ଏବଂ ମୁଖ୍ୟ କିରାଣୀଙ୍କ ଦରମା ବନ୍ଦ କରାଯାଇଛି । କାର୍ଯ୍ୟରେ ଅବହେଳା ପାଇଁ ମେ ମାସରେ ଦରମା ନ ଦେବା ପାଇଁ ନିର୍ଦ୍ଦେଶ ଦିଆଯାଇଛି ।

ସୂଚନା ଅନୁଯାୟୀ, ବିଭାଗ ପକ୍ଷରୁ ବାରମ୍ବାର ଜଣାଇବା ସତ୍ତ୍ବେ ୨୨୩ ମହାବିଦ୍ୟାଳୟ ଆବଶ୍ୟକ ସୂଚନା ପ୍ରଦାନ କରିବାରେ ବିଫଳ ହୋଇଛନ୍ତି।  ଉଚ୍ଚଶିକ୍ଷା ବିଭାଗର ସହକାରୀ ନିର୍ଦେଶକଙ୍କ ଚିଠିର ଉତ୍ତର ଦେଉନଥିବାରୁ ଏହି ମହାବିଦ୍ୟାଳୟ ଅଧ୍ୟକ୍ଷ ଏବଂ ମୁଖ୍ୟ କିରାଣୀ/କିରାଣୀଙ୍କ ବିରୋଧରେ ଏହି ପଦକ୍ଷେପ ନିଆଯାଇଛି। ବିଭାଗୀୟ ଚିଠିର ଉତ୍ତର ନ ଦେବାର ଅର୍ଥ ହେଉଛି ସରକାରୀ କାର୍ଯ୍ୟ ନିର୍ବାହରେ ବଡ଼ ଅବହେଳା ଏବଂ ବିଭାଗ କର୍ତ୍ତୃପକ୍ଷଙ୍କ ନିର୍ଦେଶ ପାଳନ‌ର ବିଫଳତା ବୋଲି କୁହାଯାଇଛି।ଏପରି ଅବହେଳା ପାଇଁ ମେ’ ମାସର ଦରମା ନ ଉଠାଇବାକୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିର୍ଦେଶ ଦିଆଯାଇଛି।

Leave A Reply

Your email address will not be published.