Breaking News

ଲୋକସେବା ଭବନରେ ଶହୀଦ ଦିବସପାଳନ ପରିପ୍ରେକ୍ଷୀରେ ନୀରବ ପ୍ରାର୍ଥନା

ଭୁବନେଶ୍ୱର: ଲୋକସେବା ଭବନରେ ଶହୀଦ୍ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ତଥା ପର୍ଯ୍ୟଟନ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସୁରେନ୍ଦ୍ର କୁମାରଙ୍କ ସମେତ କାର୍ଯ୍ୟାଳୟର ସମସ୍ତ ଅଧିକାରୀ ଓ କର୍ମଚାରୀମାନେ ଯୋଗଦେଇ ଜାତିର ଜନକ ମହାତ୍ମାଗାନ୍ଧି ଏବଂ ଆମ ଦେଶର ସ୍ୱାଧୀନତା ସଂଗ୍ରାମରେ ପ୍ରାଣବଳି ଦେଇଥିବା ଅଗଣିତ ସ୍ୱାଧୀନତା ସଂଗ୍ରାମୀ, ଦେଶପ୍ରେମୀ, ଓ ଅମର ଶହୀଦଙ୍କ ଉଦ୍ଦେଶ୍ୟରେ ୨ ମିନିଟ୍ ନୀରବ ପ୍ରାର୍ଥନା କରିଥିଲେ ।

ଏହି ସମୟରେ ଉପସ୍ଥିତ ଥିବା କୃଷି ଓ କୃଷକ ସଶକ୍ତିକରଣ ତଥା ହସ୍ତତନ୍ତ, ବୟନଶିଳ୍ପ ଏବଂ ହସ୍ତଶିଳ୍ପ ବିଭାଗ ପ୍ରମୁଖ ଶାସନ ସଚିବ ଡଃ. ଅରବିନ୍ଦ କୁମାର ପାଢ଼ୀ, ବିଜ୍ଞାନ ଓ କାରିଗରୀ ବିଭାଗ ପ୍ରମୁଖ ଶାସନ ସଚିବ ଚିତ୍ରା ଆରୁମୁଗମ, କୃଷି ବିଭାଗ ନିର୍ଦ୍ଦେଶକ ପ୍ରେମଚନ୍ଦ୍ର ଚୌଧାରୀଙ୍କ ସମେତ ଲୋକସଭା ଭବନସ୍ଥିତ ଅନ୍ୟ କାର୍ଯ୍ୟାଳୟର ଅଧିକାରୀ ଓ କର୍ମଚାରୀମାନେ ମଧ୍ୟ ଏହି କାର୍ଯ୍ୟକ୍ରମରେ ସାମିଲ ହୋଇ ନୀରବ ପ୍ରାର୍ଥନା କରିଥିଲେ।

Comments are closed.