ରାଜ୍ୟ

SIR Special Drive from October 7 ଏସଆଇଆରରେ ବାଦ୍ ପଡ଼ିଥିବା ଯୋଗ୍ୟ ଭୋଟର ଓ ଯୁବ ଭୋଟରଙ୍କୁ ସୁଯୋଗ: ଅକ୍ଟୋବର ୭, ୮ ଓ ୯ରେ ରାଜ୍ୟବ୍ୟାପୀ ସ୍ୱତନ୍ତ୍ର ଅଭିଯାନ

ଏସଆଇଆର-୨୦୨୬ରେ ବାଦ୍ ପଡ଼ିଥିବା ଯୋଗ୍ୟ ଭୋଟର ଓ ୧୮ ବର୍ଷ ପୂରଣ କରିଥିବା ଯୁବ ଭୋଟରଙ୍କ ପାଇଁ ଅକ୍ଟୋବର ୭ରୁ ୯ ସ୍ୱତନ୍ତ୍ର ଅଭିଯାନ।

 ୧ ଅକ୍ଟୋବର ୨୦୨୬ ସୁଦ୍ଧା ୧୮ ବର୍ଷ ବୟସ ପୂରଣ କରିଥିବା ଯୁବକ-ଯୁବତୀ କରିପାରିବେ ଆବେଦନ

ମୃତ, ସ୍ଥାନାନ୍ତରିତ, ଅନୁପସ୍ଥିତ ଓ ଦୋହରା ଭୋଟରଙ୍କ ତାଲିକା CEO ଓଡ଼ିଶା ଓ ସମ୍ପୃକ୍ତ  ଜିଲ୍ଲା ୱେବସାଇଟ ରେ ଉପଲବ୍ଧ ହେବ

ଭୁବନେଶ୍ୱର:  ଓଡ଼ିଶାରେ ସ୍ୱତନ୍ତ୍ର ସଘନ ସଂଶୋଧନ (ଏସଆଇଆର)-୨୦୨୬ ପରିପ୍ରେକ୍ଷୀରେ ଭୋଟର ତାଲିକାକୁ ଅଧିକ ସଠିକ, ସ୍ୱଚ୍ଛ ଓ ଅଦ୍ୟତନ କରିବା ଉଦ୍ଦେଶ୍ୟରେ ଆସନ୍ତାକାଲି (ବୁଧବାର) ଠାରୁ ରାଜ୍ୟରେ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ ହେବ। ଅକ୍ଟୋବର ୭, ୮ ଓ ୯ ତାରିଖରେ ଏହି ସ୍ୱତନ୍ତ୍ର ଅଭିଯାନ ରାଜ୍ୟବ୍ୟାପୀ ଅନୁଷ୍ଠିତ ହେବ।

ଏହି ଅଭିଯାନର ମୁଖ୍ୟ ଉଦ୍ଦେଶ୍ୟ ହେଉଛି, ଏସଆଇଆର ପ୍ରକ୍ରିୟାରେ କୌଣସି କାରଣରୁ ଭୋଟର ତାଲିକାରୁ ବାଦ୍ ପଡ଼ିଥିବା ଯୋଗ୍ୟ ଭୋଟରମାନଙ୍କୁ ପୁନଃ ଭୋଟର ତାଲିକାରେ ସାମିଲ କରିବା ଏବଂ ନୂତନ ଭାବେ ଯୋଗ୍ୟ ହୋଇଥିବା ଯୁବ ଭୋଟରମାନଙ୍କୁ ତାଲିକାରେ ସାମିଲ କରିବା।

ଯେଉଁ ଯୁବକ-ଯୁବତୀମାନେ  ୧ ଅକ୍ଟୋବର ୨୦୨୬ ସୁଦ୍ଧା ୧୮ ବର୍ଷ ବୟସ ପୂରଣ କରିଛନ୍ତି, ସେମାନେ ଭୋଟର ତାଲିକାରେ ନିଜ ନାମ ସାମିଲ କରିବା ପାଇଁ ଆବେଦନ କରିପାରିବେ। ଯୋଗ୍ୟ ଯୁବ ଭୋଟରମାନେ ଫର୍ମ-୬ ମାଧ୍ୟମରେ ନାମ ପଞ୍ଜୀକରଣ ପାଇଁ ନିଜ ବୁଥ ସ୍ତରୀୟ ଅଧିକାରୀ ଙ୍କ ନିକଟରେ ଆବେଦନ କରିପାରିବେ।

 

 

 

 

 

 

ସୌଜନ୍ୟ ସମ୍ବାଦ

Show More

Leave a Reply

Your email address will not be published. Required fields are marked *

Back to top button