Sriram Navami: ଶ୍ରୀରାମନବମୀରେ ଶାନ୍ତିଶୃଙ୍ଖଳାକୁ ପ୍ରମୁଖତା: ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆସନ୍ତା ୨୭ ତାରିଖରେ ଶ୍ରୀରାମ ନବମୀ ଉତ୍ସବ ପାଳିତ ହେବ। ଏହାର ଅବ୍ୟବହିତ ପୂର୍ବରୁ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି।

ଭୁବନେଶ୍ୱର: ଆସନ୍ତା ୨୭ ତାରିଖରେ ଶ୍ରୀରାମନବମୀ ଉତ୍ସବ ପାଳିତ ହେବ। ଏହାର ଅବ୍ୟବହିତ ପୂର୍ବରୁ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି।

ଲୋକସେବା ଭବନରେ ଅନୁଷ୍ଠିତ ବୈଠକରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ଅଞ୍ଚଳରେ ପାଳିତ ହେଉଥିବା ଶ୍ରୀରାମ ନବମୀ ଉତ୍ସବ ସମ୍ପର୍କରେ ଉପସ୍ଥିତ ପୁଲିସ ଅଧିକାରୀଙ୍କୁ ପଚାରି ବୁଝିଥିଲେ। ଏହି ସମୟରେ ସାରା ରାଜ୍ୟରେ ଶାନ୍ତିଶୃଙ୍ଖଳା ବଜାୟ ରଖିବା ପାଇଁ ପୁଲିସ ପ୍ରଶାସନକୁ ଦୃଢ଼ ନିର୍ଦ୍ଦେଶ ଦେଇଛନ୍ତି ।
ସୂଚନାଯୋଗ୍ୟ ଯେ, ଗତବର୍ଷ ୨୦୨୫ ରେ ପୁଲିସର ବ୍ୟାପକ ସତର୍କତାମୂଳକ ପଦକ୍ଷେପ ଯୋଗୁଁ ଶାନ୍ତିଶୃଙ୍ଖଳା ସହିତ ଏହି ପର୍ବ ପାଳନ ହୋଇଥିଲା । ଚଳିତ ବର୍ଷ ମଧ୍ୟ ବ୍ୟାପକ ପୁଲିସ ମୁତୟନ ସହ ଉପଯୁକ୍ତ ପରିଚାଳନା ମାଧ୍ୟମରେ ଶାନ୍ତିଶୃଙ୍ଖଳା ବଜାୟ ରଖିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।  ମୁଖ୍ୟମନ୍ତ୍ରୀ କହିଥିଲେ, ଆଧ୍ୟାତ୍ମିକତାର ଏହି ପର୍ବରେ ଓଡ଼ିଶାରେ ଭକ୍ତ ଓ ଶ୍ରଦ୍ଧାଳୁମାନେ ଯେପରି ବିନା କୌଣସି ଦ୍ୱିଧାରେ ସମ୍ପୂର୍ଣ୍ଣ ଭାବେ ଶାନ୍ତିର ସହ ପାଳନ କରିବେ ତାହା ସୁନିଶ୍ଚିତ କରିବା ପୋଲିସ ପ୍ରଶାସନର ଦାୟିତ୍ୱ ।

ବୈଠକରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଉପଦେଷ୍ଟା ପ୍ରକାଶ ମିଶ୍ର, ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ ଶର୍ମା, ପୋଲିସ ମହାନିର୍ଦ୍ଦେଶକ ୱାଇବି ଖୁରାନିଆ, ଆଇନ ଓ ଶୃଙ୍ଖଳା ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ ସଞ୍ଜୟ କୁମାର, ଗୁଇନ୍ଦା ନିର୍ଦ୍ଦେଶକ ଆର୍‌ପି କୋଚେ, ଭୁବନେଶ୍ୱର-କଟକ ପୋଲିସ କମିଶନର ଦେବଦତ୍ତ ସିଂହ ପ୍ରମୁଖ ଆଲୋଚନା କରିଥିଲେ ।

 

 

 

 

ସୌଜନ୍ୟ ସମ୍ବାଦ

Exit mobile version