ଓଡିଶା

President’s five-day visit to Odisha: ଫେବ୍ରୁଆରିରେ ରାଷ୍ଟ୍ରପତିଙ୍କ ୫ଦିନିଆ ଓଡ଼ିଶା ଗସ୍ତ

ଫେବ୍ରୁଆରି ପ୍ରଥମ ସପ୍ତାହରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୫ ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ଫେବ୍ରୁଆରି ୨ରେ ଭୁବନେଶ୍ବରରେ ପହଞ୍ଚି ୩ ତାରିଖରେ ବାଲେଶ୍ବର ଫକୀରମୋହନ ବିଶ୍ବବିଦ୍ୟାଳୟର ୧୨ତମ ସମାବର୍ତ୍ତନ ଉତ୍ସବରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।

ଭୁବନେଶ୍ବର: ଫେବ୍ରୁଆରି ପ୍ରଥମ ସପ୍ତାହରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୫ ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ଫେବ୍ରୁଆରି ୨ରେ ଭୁବନେଶ୍ବରରେ ପହଞ୍ଚି ୩ ତାରିଖରେ ବାଲେଶ୍ବର ଫକୀରମୋହନ ବିଶ୍ବବିଦ୍ୟାଳୟର ୧୨ତମ ସମାବର୍ତ୍ତନ ଉତ୍ସବରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ରେମୁଣା ନୂଆପାଢ଼ିସ୍ଥିତ ବିଶ୍ବବିଦ୍ୟାଳୟର ନୂତନ କ୍ୟାମ୍ପସ୍‌ରେ ଅନୁଷ୍ଠିତ ହେବାକୁ ଥିବା ଉତ୍ସବରେ ଦୀକ୍ଷାନ୍ତ ଅଭିଭାଷଣ ପ୍ରଦାନ କରିବେ। ଫେବ୍ରୁଆରି ୪ ତାରିଖରେ ଯାଜପୁରରେ ଅନୁଷ୍ଠିତ ହେବାକୁ ଥିବା ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ସହ ମା’ ବିରଜାଙ୍କ ଦର୍ଶନ କରିବେ।

ପରବର୍ତ୍ତୀ ଦୁଇ ଦିନ ଅର୍ଥାତ୍‌ ଫେବ୍ରୁଆରି ୫ ଓ ୬ ତାରିଖରେ ମୟୂରଭଞ୍ଜ ଜିଲ୍ଲାରେ ଅନୁଷ୍ଠିତ ହେବାକୁ ଥିବା ଏକାଧିକ କାର୍ଯ୍ୟକ୍ରମରେ ଯୋଗ ଦେବେ। ରାଇରଙ୍ଗପୁର ଗସ୍ତ କାର୍ଯ୍ୟକ୍ରମ ମଧ୍ୟ ରହିଛି। ଏହା ପରେ ରାଷ୍ଟ୍ରପତି ଭୁବନେଶ୍ବର ଫେରିବା ସହ ଛତିଶଗଡ଼ ଯିବାର କାର୍ଯ୍ୟକ୍ରମ ରହିଥିବା ବିଶେଷ ସୂତ୍ରରୁ ସୂଚନା ମିଳିଛି।

ସୌଜନ୍ୟ ସମ୍ବାଦ

Show More

Leave a Reply

Your email address will not be published. Required fields are marked *

Back to top button