Site icon Swayam News

Train: ବରଗଡ଼–ନୂଆପଡ଼ା ରୋଡ୍‌ ନୂଆ ରେଳ ଲାଇନକୁ ‘ସ୍ୱତନ୍ତ୍ର ରେଳ ପ୍ରକଳ୍ପ’ ଘୋଷଣା

ନୂଆଦିଲ୍ଲୀ/ଭୁବନେଶ୍ବର: ବରଗଡ଼ ରୋଡ୍‌-ନୂଆପଡ଼ା ରୋଡ୍‌ ନୂଆ ରେଳ ଲାଇନକୁ ‘ସ୍ୱତନ୍ତ୍ର ରେଳ ପ୍ରକଳ୍ପ’ ଭାବେ ବିଜ୍ଞପିତ କରାଯାଇଛି ଏବଂ ଏହି ପ୍ରକଳ୍ପ ଲାଗି ଦ୍ରୁତ ଗତିରେ ଜମି ଅଧିଗ୍ରହଣ ପ୍ରକ୍ରିୟା ଜାରି ରହିଛି ବୋଲି କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଆଜି ଲୋକସଭାରେ ସୂଚନା ଦେଇଛନ୍ତି। ଶ୍ରୀ ବୈଷ୍ଣବ କହିଛନ୍ତି, ଜମି ଅଧିଗ୍ରହଣ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବା ଲାଗି ବରଗଡ଼ ଏବଂ ନୂଆପଡ଼ାରେ କ୍ଷମତାପ୍ରାପ୍ତ କର୍ତ୍ତୃପକ୍ଷ (ସିଏଏଲଏ)ଙ୍କୁ ନିଯୁକ୍ତ କରାଯାଇଛି। ୭୩ଟି ଗ୍ରାମରେ ଜମି ଅଧିଗ୍ରହଣ ଲାଗି ପ୍ରାଥମିକ ବିଜ୍ଞପ୍ତି ପ୍ରକାଶ ପାଇଛି। ୨୦୨୫-୨୬ ଆର୍ଥିକ ବର୍ଷରେ ଏଥିପାଇଁ ୪୩ କୋଟି ଟଙ୍କାର ବଜେଟ୍‌ ବ୍ୟବସ୍ଥା କରାଯାଇଛି ବୋଲି କେନ୍ଦ୍ରମନ୍ତ୍ରୀ ଶ୍ରୀ ବୈଷ୍ଣବ କହିଛନ୍ତି।

 

Exit mobile version