
ଭୁବନେଶ୍ୱର: ଉପରାଷ୍ଟ୍ରପତି ସି ପି ରାଧାକ୍ରିଷ୍ଣନ ନଭେମ୍ବର ୧୬ ତାରିଖରେ ଓଡ଼ିଶା ଗସ୍ତରେ ଆସିବା କାର୍ଯ୍ୟକ୍ରମ ରହିଛି। ଏହି ଅବସରରେ ସେ ଓଡ଼ିଶା ବିଧାନସଭାର ବିଧାୟକମାନଙ୍କ ପାଇଁ ଏକଦିବସୀୟ ଓରିଏଣ୍ଟେସନ୍ କାର୍ଯ୍ୟକ୍ରମରେ ଯୋଗ ଦେବେ ।
ଆଜି(ସୋମବାର) ବିଧାନସଭା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ଏହି ଗସ୍ତନେଇ ସଂସଦୀୟ ବ୍ୟାପାର ମନ୍ତ୍ରୀ ଡ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି।
ସୂଚନାନୁସାରେ, ଉକ୍ତ ଓରିଏଣ୍ଟେସନ୍ କାର୍ଯ୍ୟକ୍ରମରେ ବାଚସ୍ପତି ସୁରମା ପାଢୀ ଅଧ୍ୟକ୍ଷତା କରିବେ। କାର୍ଯ୍ୟକ୍ରମରେ ତିନିଟି ଅଧିବେଶନ ରହିବ । ଉଦଘାଟନୀ ଅଧିବେଶନରେ ଓଡ଼ିଶାର ରାଜ୍ୟପାଳ ବ୍ରଜମୋହନ ରାମ ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେବେ ।
ଓଡ଼ିଶା ବିଧାନସଭାରେ ମୋଟ ୩୫ଟି ସଂସଦୀୟ କମିଟି ରହିଛି । ସଂସଦୀୟ କମିଟି ବ୍ୟବସ୍ଥାକୁ ସୁଦୃଢ଼ କରିବା ଦିଗରେ କେରଳ ଓ ଓଡ଼ିଶା ଉଲ୍ଲେଖନୀୟ ଭାବେ କାର୍ଯ୍ୟ କରୁଛନ୍ତି । ଏହି ବ୍ୟବସ୍ଥାକୁ ଆହୁରି ସକ୍ରିୟ ଓ ଫଳପ୍ରଦ କରିବା ସହ ବିଧାୟକମାନଙ୍କ ଦକ୍ଷତା ବିକାଶ କରିବା ଏହି ଓରିଏଣ୍ଟେସନ୍ କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ।
ସୌଜନ୍ୟ ସମ୍ବାଦ




