Vigilance Raid: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ, ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ୭ ଠିକଣାରେ ଭିଜିଲାନ୍ସ ରେଡ୍

ଭୁବନେଶ୍ୱର, ୨୨/୧୦: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ। ଯାଜପୁର ଜିଲ୍ଲା ବଡ଼ଚଣାସ୍ଥିତ ଆର୍ ଆଣ୍ଡ୍ ବି ଡିଭିଜନ୍ର ସହକାରୀ ନିର୍ବାହୀ ଯନ୍ତ୍ରୀ (AEE) ତପନ ସେଠୀଙ୍କ ବିଭିନ୍ନ ଠିକଣାରେ ଏକକାଳୀନ ଚଢ଼ାଉ ଜାରି ରହିଛି। କଟକ, ଭୁବନେଶ୍ୱର, ପୁରୀ ଓ ଯାଜପୁରରେ ମୋଟ ୭ଟି ସ୍ଥାନରେ ଏହି ରେଡ୍ ଚାଲିଛି।
ସୂଚନା ଅନୁଯାୟୀ,AEE ତପନ ସେଠୀ ନିଜ ଆୟର ଉତ୍ସ ତୁଳନାରେ ଅଧିକ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଛି। କଟକ ସ୍ୱତନ୍ତ୍ର ଭିଜିଲାନ୍ସ ବିଚାରପତିଙ୍କ ଦ୍ୱାରା ଜାରି ସର୍ଚ୍ଚ ୱାରେଣ୍ଟ ଆଧାରରେ ଓଡ଼ିଶା ଭିଜିଲାନ୍ସ ବିଭାଗ ପକ୍ଷରୁ ଏହି ଚଢ଼ାଉ କରାଯାଉଛି। ଚଢ଼ାଉରେ ୩ ଜଣ ଅତିରିକ୍ତ ଏସ୍ପି, ୬ ଜଣ ଡିଏସ୍ପି, ୩ ଜଣ ଇନ୍ସପେକ୍ଟରଙ୍କ ସମେତ ଅନ୍ୟାନ୍ୟ ଭିଜିଲାନ୍ସ କର୍ମଚାରୀ ସାମିଲ ହୋଇଛନ୍ତି।ବର୍ତ୍ତମାନ ବିଭିନ୍ନ ସ୍ଥାନରେ ଯାଞ୍ଚ ଜାରି ରହିଥିବା ବେଳେ ଚଢ଼ାଉରୁ କେତେ ସମ୍ପତ୍ତି ଠାବ ହୋଇଛି, ସେ ସମ୍ପର୍କରେ ବିସ୍ତୃତ ତଥ୍ୟ ମିଳିନାହିଁ।
ସୌଜନ୍ୟ ପ୍ରମେୟ



