ରାଜ୍ୟ

Vigilance Raid: ଧର୍ମଶାଳା ABEOଙ୍କ ଘରେ ଭିଜିଲାନ୍ସ ରେଡ୍, ଏକକାଳୀନ ୭ଟି ଠିକଣାରେ ଚଢ଼ାଉ ଜାରି

ଧର୍ମଶାଳା ୧୨/୧୦: ଭିଜିଲାନ୍ସ ପଞ୍ଝାରେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ(ABEO) । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଯାଜପୁର ଜିଲ୍ଲା ଧର୍ମଶାଳାର ABEO ଜୟଦେବ ଜେନାଙ୍କ ଘରେ ଓ କାର୍ଯ୍ୟାଳୟରେ ଭିଜିଲାନ୍ସ ଚଢ଼ାଉ । ଏକକାଳୀନ ୭ଟି ସ୍ଥାନରେ ରେଡ୍ ଜାରି ରହିଛି। ବ୍ରହ୍ମପୁର ସ୍ୱତନ୍ତ୍ର ଭିଜିଲାନ୍ସ ଜଜ୍ ଜାରି କରିଥିବା ସର୍ଚ୍ଚ ୱାରେଣ୍ଟ ଆଧାରରେ ୩ ଜଣ ଅତିରିକ୍ତ ଏସପି, ୪ ଜଣ ଡିଏସପି, ୯ ଜଣ ଇନ୍ସପେକ୍ଟର ଏବଂ ଅନ୍ୟ କର୍ମଚାରୀଙ୍କ ଛାନ୍ଭିନ୍ ଜାରି ରଖିଛନ୍ତିି। ଭୁବନେଶ୍ୱର, ଗଞ୍ଜାମ ଓ ଯାଜପୁରରେ ସର୍ଚ୍ଚ ଅପରେସନ୍ ଚାଲିଛି।

ସୂଚନା ଅନୁଯାୟୀ, ABEO ବାବୁଙ୍କ ଭୁବନେଶ୍ୱର ପାତ୍ରପଡ଼ାରେ ୩ ମହଲା କୋଠା , ଗଞ୍ଜାମ ପି. ନୂଆଗାଁରେ ୨ ମହଲା କୋଠା, ଗଞ୍ଜାମ ପି. ନୂଆଗାଁରେ ଅନ୍ୟ ଏକ କୋଠା ଠାବ କରାଯାଇଛି । ସେହିପରି ଗଞ୍ଜାମ ବୁରୁଝରୀ ସ୍ଥିତ ଆତ୍ମୀୟଙ୍କ ଘର, ଭୁବନେଶ୍ୱର ଖଣ୍ଡଗିରି ଜନନୀ ବିହାର ସ୍ଥିତ ସମ୍ପର୍କୀୟଙ୍କ ଘର, ଯାଜପୁର ଜାରକା ସ୍ଥିତ ଭଡ଼ାଘର ଏବଂ ଯାଜପୁର ଜାରକା ସ୍ଥିତ କାର୍ଯ୍ୟାଳୟରେ ଚଢାଉ କରାଯାଉଛି । ଭିଜିଲାନ୍ସ ଯାଞ୍ଚ ପ୍ରକ୍ରିୟା ସରିବା ପରେ ମୋଟ ଆୟବହିର୍ଭୂତ ସମ୍ପତ୍ତିର ପରିମାଣ ସମ୍ପର୍କରେ ଅଧିକ ତଥ୍ୟ ସ୍ପଷ୍ଟ ହେବ।

 

 

 

 

ସୌଜନ୍ୟ ପ୍ରମେୟ

Show More

Leave a Reply

Your email address will not be published. Required fields are marked *

Back to top button