ରାଜ୍ୟ

Vigilance raid: ଭିଜିଲାନ୍ସ ଜାଲରେ ବଡ଼ ସରକାରୀ ବାବୁ, ଭୋର ସକାଳୁ କାର୍ଯ୍ୟାନୁଷ୍ଠାନ

ମୃତ୍ତିକା ସଂରକ୍ଷଣ ବିଭାଗର ପ୍ରକଳ୍ପ ନିର୍ଦେଶକ, ଜଳବିଭାଜିକା ଓ ଉପନିର୍ଦେଶକ ପ୍ରସନ୍ନ କୁମାର ପାତ୍ରଙ୍କ ଘରେ ଭିଜିଲାନ୍ସ ବିଭାଗର ଅଧିକାରୀ ଏବଂ କର୍ମଚାରୀମାନେ ଆଜି ଭୋର ସକାଳୁ ଚଢ଼ାଉ କରିଛନ୍ତି।

ସୁନ୍ଦରଗଡ଼ (ଡମ୍ବରୁଧର ନାୟକ): ମୃତ୍ତିକା ସଂରକ୍ଷଣ ବିଭାଗର ପ୍ରକଳ୍ପ ନିର୍ଦେଶକ, ଜଳବିଭାଜିକା ଓ ଉପନିର୍ଦେଶକ ପ୍ରସନ୍ନ କୁମାର ପାତ୍ରଙ୍କ ଘରେ ଭିଜିଲାନ୍ସ ବିଭାଗର ଅଧିକାରୀ ଏବଂ କର୍ମଚାରୀମାନେ ଆଜି ଭୋର ସକାଳୁ ଚଢ଼ାଉ କରିଛନ୍ତି।

ପ୍ରାଥମିକ ସୂଚନା ଅନୁସାରେ ଶ୍ରୀ ପାତ୍ରଙ୍କର ବିଭିନ୍ନ ଠିକଣାରେ ଭିଜିଲାନ୍ସ ବିଭାଗ ଏହି ଚଢ଼ାଉ କରିଛି। ଏଥିରେ ସୁନ୍ଦରଗଡ଼ ଆବାସିକ କାର୍ଯ୍ୟାଳୟ, ସୁନ୍ଦରଗଡ଼ ଅଫିସ, ପୈତୃକ ବାସଭବନ ସହ ଭୁନନେଶ୍ୱରରେ ଥିବା ୩ଟି ଫ୍ଲାଟ ମଧ୍ୟ ସାମିଲ ଅଛି।

ଭିଜିଲାନ୍ସ ପକ୍ଷରୁ କୁହାଯାଇଛି, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସୁନ୍ଦରଗଡ଼ର ମୃତ୍ତିକା ସଂରକ୍ଷଣ ଉପନିର୍ଦ୍ଦେଶକ ତଥା ୱାଟରସେଡ୍ ପ୍ରୋଜେକ୍ଟ ଡାଇରେକ୍ଟର ପ୍ରସନ୍ନ କୁମାର ପାତ୍ରଙ୍କ ବିରୁଦ୍ଧରେ ସୁନ୍ଦରଗଡ଼ର ୱାଟରସେଡ୍ ପ୍ରୋଜେକ୍ଟ ଡାଇରେକ୍ଟରଙ୍କ ୮ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଇଛି। ଏହି ପରିପ୍ରେକ୍ଷୀରେ ସ୍ୱତନ୍ତ୍ର ବିଚାରପତି (ଭିଜିଲାନ୍ସ), ସୁନ୍ଦରଗଡ଼ଙ୍କ ଦ୍ୱାରା ଜାରି ସର୍ଚ୍ଚ ୱାରେଣ୍ଟ ବଳରେ ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ଏକକାଳୀନ ଚଢ଼ଉ କରାଯାଉଛି। ଏହି ଅଭିଯାନରେ ଜଣେ ଅତିରିକ୍ତ ଏସ୍‌ପି, ୪ ଜଣ ଡିଏସ୍‌ପି, ୧୩ ଜଣ ଇନ୍ସପେକ୍ଟର, ୫ ଜଣ ଏଏସ୍‌ଆଇ ଏବଂ ଅନ୍ୟାନ୍ୟ ସହାୟକ କର୍ମଚାରୀ ସାମିଲ ଅଛନ୍ତି। ଭୁବନେଶ୍ୱର, ସୁନ୍ଦରଗଡ଼ ଏବଂ କଟକସ୍ଥିତ ନିମ୍ନଲିଖିତ ୮ଟି ସ୍ଥାନରେ ଏହି ଚଢ଼ଉ ଚାଲିଛି।

 

 

 

 

 

ସୌଜନ୍ୟ ସମ୍ବାଦ

Show More

Leave a Reply

Your email address will not be published. Required fields are marked *

Back to top button