Breaking News

ତାତିରୁ ମିଳିବ ଆଶ୍ୱସ୍ତି , ଆଉ ୫ ଦିନ କାଳବୈଶାଖୀ

ଗଜପତି, ଗଂଜାମ, କନ୍ଧମାଳ, ରାୟଗଡ଼ା, କୋରାପୁଟ, ପୁରୀ, ନୟାଗଡ଼, ଖୋର୍ଦ୍ଧା, କଟକ ଏବଂ ଜଗତସିଂହପୁର ଜିଲ୍ଲାରେ ମଧ୍ୟ ଘଡ଼ଘଡ଼ି ସହ ବର୍ଷା ଏବଂ ୩୦ରୁ ୪୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି

0

ଭୁବନେଶ୍ବର: ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ କାଳବୈଶାଖୀ ବର୍ଷା । ଏ ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଆସନ୍ତା ୨୪ ଘଣ୍ଟା ଭିତରେ ଗଜପତି, ଗଂଜାମ, କନ୍ଧମାଳ, ରାୟଗଡ଼ା ଜିଲ୍ଲାରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଛି ।

ଏଥିସହ ଗଜପତି, ଗଂଜାମ, କନ୍ଧମାଳ, ରାୟଗଡ଼ା, କୋରାପୁଟ, ପୁରୀ, ନୟାଗଡ଼, ଖୋର୍ଦ୍ଧା, କଟକ ଏବଂ ଜଗତସିଂହପୁର ଜିଲ୍ଲାରେ ମଧ୍ୟ ଘଡ଼ଘଡ଼ି ସହ ବର୍ଷା ଏବଂ ୩୦ରୁ ୪୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି । ଆସନ୍ତାକାଲି ଏବଂ ଜୁନ ୩ ତାରିଖରେ ଉପକୂଳ ଓଡ଼ିଶା ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ସମ୍ଭାବନା ରହିଛି ।

ତେବେ ୪ ଏବଂ ୫ ତାରିଖରେ କାଳବୈଶାଖୀ ପ୍ରଭାବ ପୁଣି ବଢ଼ିପାରେ । ଏବେ ଦିନର ତାପମାତ୍ରାରେ ବିଶେଷ କିଛି ପରିବର୍ତ୍ତନ ହେବାର ନାହିଁ । ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ତାପମାତ୍ରା ୪୨ ଡିଗ୍ରୀ କିମ୍ବା ଏହାଠୁ ଅଧିକ ରହିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

Leave A Reply

Your email address will not be published.