Breaking News

ମୌସୁମୀ ସକ୍ରିୟ : ୨୮ରେ ଲଘୁଚାପ

୨୭ ତାରିଖ ପର୍ୟ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ରାଜ୍ୟର ସମସ୍ତ ୩୦ ଜିଲାରେ ମୌସୁମୀ ସକ୍ରିୟ ହୋଇଯାଇଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନାମିଳିଛି। ଏହାର ପ୍ରଭାବରେ ରାଜ୍ୟର ଅନେକ ସ୍ଥାନରେ ବବର୍ଷା ହେଉଛି। ୨୮ତାରିଖ ବେଳକୁ ବଙ୍ଗେପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତା ୬ ଦିନ ଯାଏ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରାଯାଇଛି । ତେବେ ୨୭ ତାରିଖରେ ଝାଡଖଣ୍ଡ ସମେତ ଓଡ଼ିଶାରେ ଭୀଷଣ ବର୍ଷା ହେବା ନେଇ ଆକଳନ କରାଯାଇଛି ।

ସାରା ରାଜ୍ୟରେ ଜାରି ରହିଛି ମୌସୁମୀ ବର୍ଷା । ଆସନ୍ତା ୨୭ ତାରିଖ ପର୍ୟ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ଆକଳନ କରିଛି । ଆଜି ଓ ଆସନ୍ତାକାଲି ସକାଳ ସୁଦ୍ଧା କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ ଯାଜପୁର, ଢେଙ୍କାନାଳ, କେନ୍ଦ୍ରାପଡା ଓ କଟକରେ ପ୍ରବଳରୁ ଅତି ପ୍ରବଳ ବର୍ଷ ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲା ଗୁଡିକ ପାଇଁ ଅରେଞ୍ଜ୍ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଆଜିରୁ ଆସନ୍ତାକାଲି ସକାଳ ୮ଟା ୩୦ ଯାଏଁ ୧୩ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଅନୁଗୁଳ, ଦେବଗଡ, ସୁନ୍ଦରଗଡ, ସମ୍ବଲପୁର, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Comments are closed.