Breaking News

ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି, ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ନେଇପାରେ ଅବପାତର ରୂପ। ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ କରାଯାଇଛି। ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଗଞ୍ଜାମ, ଗଜପତି, ରାୟଗଡ଼ା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡା ଜିଲାକୁ ସତର୍କତା ଜାରି ହୋଇଛି । ୧୧୦ ମିଲିମିଟରରୁ ୨୦୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ବର୍ଷା ପାଇଁ ଉପକୂଳ ଓଡ଼ିଶାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ଆସନ୍ତା ୨୫ରୁ ୩୦ ତାରିଖ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଅପରପକ୍ଷରେ ସକ୍ରିୟ ଲଘୁଚାପ ପ୍ରଭାବରେ ଆସନ୍ତାକାଲି ପର୍ଯ୍ୟନ୍ତ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବ। ୧ ଜୁନରୁ ୨୨ ଜୁଲାଇ ଯାଏ ୩୮୭.୧ ଏମଏମ ବର୍ଷା ରେକର୍ଡ ହୋଇଛି । ସ୍ବାଭାବିକ ବର୍ଷା ୪୪୮.୮ ଏମଏମ ଠାରୁ ଅଧିକ ବର୍ଷା ରେକର୍ଡ ହୋଇଛି । ୧୨ଟି ଜିଲାରେ ନିଅଣ୍ଟିଆ ବର୍ଷା ହେବା ସହ ୨ଟି ଜିଲାରେ ସ୍ବାଭାବିକଠାରୁ ଅଧିକ ଓ ବାକି ୧୬ ଜିଲ୍ଲାରେ ସ୍ବାଭାବିକ ବର୍ଷା ରେକର୍ଡ ହୋଇଛି ।

Comments are closed.